ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣୀ
ଭଞ୍ଜନଗର ----
ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ ଓ ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ସୁଜିତ କୁମାର ନାୟକ ଆଜିର ଏହି ଅଭିଯୋଗ ଶୁଣାଣି କରିଥିଲେ । ସମୁଦାୟ ୯୮ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ବ୍ୟକ୍ତିଗତ ଅଭିଯୋଗ ୯୧ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ ୭ ଟି ଥିଲା,ଉପ ଜିଲ୍ଲାପାଳ ତ୍ୱରିତ ୮ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯାଗ ସମୟରେ ଉପ ଜିଲ୍ଲାପାଳ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ଦଶହଜାର ଏବଂ ଅନ୍ୟ ଜଣଙ୍କୁ ସାତହଜାର ଟଙ୍କା ପ୍ରଦାନ କରିଥିଲେ ।ଏହା ସହିତ ଛଅ ଜଣଙ୍କୁ ବିଧବା,ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିବା ବେଳେ ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଛି । ତୁରନ୍ତ ସମାଧାନ କରିବା ଦିଗରେ ଉପଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଅତରିକ୍ତ ଉପଜିଲ୍ଲାପାଳ ବିଶ୍ଵରଂଜନ କର,ଭଞ୍ଜନଗର , ଦକ୍ଷିଣ ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟ ,ଉତ୍ତର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପି,ପଦ୍ମା,ଭଂଜନଗର ଗୋଷ୍ଠୀ ଉର୍ନୟନ ଅଧିକାରୀ ଶ୍ରୀ ମନ୍ମଥ କୁମାର ନାୟକ , ,ଭଂଜନଗର ,, ସହାୟକ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର ମହାପାତ୍ର,ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l
ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୦/୮/୨୦୨୪----୭,୪୫ Sakhigopal News,20/8/2024
ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୦/୮/୨୦୨୪----୭,୪୫ Sakhigopal News,20/8/2024