Breaking News

ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ


ବରଗଡ଼ ---ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏ ଅବସରରେ ଶ୍ରୀମତି ତରଙ୍ଗିନୀ ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ଜଳନ ପୂର୍ବକ ସମସ୍ତଙ୍କ ଶୁଭ କାମନା କରି ମାଆ ମାନଙ୍କର ଦାୟିତ୍ବ ବିଷୟରେ ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ମକୁନ୍ଦ ମହାରଣା ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ।ପରିଚାଳନା ସମିତିର କୋଷାଧ୍ୟକ୍ଷ ଶ୍ରୀ ପ୍ରେମାନନ୍ଦ ମେହେର ସମସ୍ତଙ୍କୁ ଉଦବୋଧନ ଦେଇଥିଲେ।ଶିଶୁ ବାଟିକା ପ୍ରମୁଖ ସୁଶ୍ରୀ କୁନ୍ତୀ ପ୍ରଧାନ ମାତୃ ସମ୍ମିଳନୀର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ବରିଷ୍ଠ ଆଚାର୍ଯ୍ୟ  ଶ୍ରୀ କାଳିଚରଣ ହୋତା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମାତୃ ସମ୍ମିଳନୀର ଦାୟିତ୍ୱ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବରେ ବୁଝାଇଥିଲେ।କାର୍ଯ୍ୟକ୍ରମକୁ ଶ୍ରୀମତୀ ଶ୍ରୁତି ନାଏକ ପରିଚାଳନା କରିଥିଲେ।ଶିଶୁ ଭଉଣୀମାନଙ୍କ ଦ୍ୱାରା ସ୍ବାଗତ ସଙ୍ଗୀତ ପରିବେଷିତ ହୋଇଥିଲା।ପରିଶେଷରେ ଶ୍ରୀ ତାପସ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଗୁରୁମା ଗୁରୁଜୀ ସାହାଯ୍ୟ ଓ ସହଯୋଗ କରିଥିଲେ।
ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୧୭/୮/୨୦୨୪----୮,୨୦ Sakhigopal News,17/8/2024

Blog Archive

Popular Posts