ପବିତ୍ର ବିଶ୍ଵକର୍ମା ପୂଜା ଅବସରରେ ନିଷ୍ଠା ପରିବାର ତରଫ ରୁ ଗୋଟିଏ ଦିନ ରେ ଦୁଇଟି ରକ୍ତ ଦାନ ଶିବିର
ରକ୍ତାଭାବ କୁ କିଛି କାଂଶ ରେ ଦୂର କରିବା ପାଇଁ ପବିତ୍ର ବିଶ୍ଵକର୍ମା ପୂଜା ଅବସରରେ ନିଷ୍ଠା ପରିବାର ପକ୍ଷରୁ ରୁ ଗୋଟିଏ ଦିନ ରେ ଦୁଇଟି ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥା ଗ୍ରାମ ପଞ୍ଚାୟତର ନୂଆଁଗଡ ସାହୁ ଇଟା ଭାଟି ଠାରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା।ଏହି ଶିବିର କୁ ଖଣ୍ଡହଥା ଗ୍ରାମ ପଞ୍ଚାୟତ ପୂର୍ବତନ ସରପଞ୍ଚ ବଟକୃଷ୍ଣ ସାହୁ ଓ ତାଙ୍କ ଧର୍ମ ପତ୍ନୀ ତପସ୍ଵିନୀ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫିତା କାଟି ଶିବିର ର ଶୁଭାରମ୍ଭ କରିଥିଲେ।ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ #୪୨ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ସନ୍ଧ୍ୟା ସମୟରେ ଦ୍ଵିତୀୟ ରକ୍ତ ଦାନ ଶିବିର ଗାଇସିମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଶ୍ୱକର୍ମା ନଗର ଠାରେ ଅନୁଷ୍ଠିତ ହୋଇଥିଲା।ଏହି ଶିବିରକୁ କୁରୁଆଁ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ଝସକେତନ ମହାପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫିତା କାଟି ଶିବିର ର ଶୁଭାରମ୍ଭ କରିଥିଲେ। ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସଂଗୃହୀତ ହୋଇଥିଲା। ଉଭୟ ଶିବିର ରୁ ସର୍ବମୋଟ #୭୪ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଉପରୋକ୍ତ ଶିବିର ମାନଙ୍କୁ ନିଷ୍ଠା ପରିବାର ର ଉପଦେଷ୍ଟା ଦୂର୍ବାଦଲ ଷଡଙ୍ଗୀ,ଅଶ୍ୱିନୀ ତ୍ରିପାଠୀ,କ୍ଷିରୋଦ୍ର ସାହୁ, ସଭାପତି ରକ୍ଷ ପାଲ ସାହୁ,ସମ୍ପାଦକ ଲୋକନାଥ ସାହୁ,କୋଷାଧ୍ୟକ୍ଷ ଶ୍ୟାମ ସୁନ୍ଦର ସାହୁ,ଜୟନ୍ତ ପ୍ରଧାନ, ଖଗେଶ୍ବର ସାହୁ,ତ୍ରିପୁରା ଶୁହୁଲା, ଚିତ୍ର ପ୍ରଧାନ, ହେମାଞ୍ଚାଲ ସାହୁ, ରାତ୍ର ପ୍ରଧାନ,ଓ ଅନ୍ୟ ସଦସ୍ୟ ସଦସ୍ୟା ମାନେ ପରିଚାଳନା କରିଥଲେ। ସମସ୍ତ ରକ୍ତ ଦାତା ମାନଙ୍କୁ ନିଷ୍ଠା ପରିବାର ତରଫ ରୁ ବହୁତ ଧନ୍ୟବାଦ ଦିଆଯାଇଥିଲା ।
ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୧୬/୯/୨୦୨୪----୧୦,୩୫ Sakhigopal News,16/9/2024
ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୧୬/୯/୨୦୨୪----୧୦,୩୫ Sakhigopal News,16/9/2024