ଶିଶୁ ଶିକ୍ଷା ସଦନରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
ଜଟଣୀ : ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ କୁଦିଆରି ମହତାବ ନଗରସ୍ଥିତ ଶିଶୁ ଶିକ୍ଷା ସଦନରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ଉତ୍ସବ ୨୦୨୪ _୨୫ ଉଦଯାପିତ ହୋଇଯାଇଛି l ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ସମ୍ପାଦକ ତଥା କ୍ରୀଡାବିତ ଅନନ୍ତ ପ୍ରସାଦ ପାଟ୍ଟଶାଣୀ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉକ୍ତ କ୍ରୀଡା ଉତ୍ସବକୁ ଉଦଘାଟନ କରିଥିଲେ l ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ଯ ଭାରତ ସ୍କାଉଟ ଓ ଗାଇଡ୍ ର ଉପସଭାପତି ତଥା ଭୁବନେଶ୍ଵର ବ୍ଲକ୍ ର ପୂର୍ବତନ ଅଧ୍ୟକ୍ଷ ଦୁଃଶାସନ ସ୍ୱାଇଁ, ବିଦ୍ୟାଳୟ ଶିକ୍ଷା କମିଟିର ସଭାପତି ସତ୍ୟନାରାୟଣ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ସମ୍ପାଦକ ଅନନ୍ତ ପ୍ରସାଦ ପାଟ୍ଟଶାଣୀ, ଖୋର୍ଦ୍ଧାଜିଲ୍ଲା ପୂର୍ବତନ ଶାରୀରିକ ଶିକ୍ଷା ନିରୀକ୍ଷକ ପଠାଣି ଆଗ୍ରା ସିଂହ ଯୋଗଦେଇ ଶିକ୍ଷା ଗ୍ରହଣ ସହିତ ଶାରୀରିକ ବୃଦ୍ଧି ପାଇଁ କ୍ରୀଡ଼ାର ଆବଶ୍ୟକତା ରହିଛି ବୋଲି ମତପ୍ରକାଶ କରିଥିଲେ l ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଶାରିରୀକ କୌଶଳ ପ୍ରଦର୍ଶନ କରାଯାଇଥିଲା l ପରିଶେଷରେ ବିଭିନ୍ନ ପ୍ରତିଯୋଗୀତାରେ ଅଂଶଗ୍ରହଣ କରି ସଫଳ ହୋଇଥିବା ୨୦୦ ଜଣ ଛାତ୍ରଛାତ୍ରୀ ପ୍ରତିଯୋଗୀଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ l ପରେ କ୍ରୀଡା ପତାକା ଅବତରଣ କରାଯାଇଥିଲା l ଏହି କ୍ରୀଡା ଉତ୍ସବକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଲେଖ ଚନ୍ଦ୍ର ବଳିୟାରସିଂହଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସଂଘମିତ୍ରା ପାଟ୍ଟଶାଣୀ ଧନ୍ୟବାଦ ଅର୍ପଣ କରିଥିଲେ l ଜଟଣୀରୁ ରଙ୍ଗନାଥ ବେହେରାଙ୍କ ରିପୋର୍ଟ,୨୧/୧୧/୨୦୨୪----୮,୪୦ Sakhigopal News,21/11/2024