ସାକ୍ଷୀଗୋପାଳ କଲେଜରେ ସାଇବର ସଚେତନତା କାର୍ଯ୍ୟକ୍ରମ
ସାକ୍ଷୀଗୋପାଳ:--: ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ ଓ ନିମାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ମିଳିତ ସହଯୋଗରେ ସାଇବର ସଚେତନତା କାର୍ଯ୍ୟକ୍ରମ ସାକ୍ଷୀଗୋପାଳ କଲେଜର ସଭାଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା କାର୍ଯ୍ୟକ୍ରମର ସଭାପତି ପ୍ରାଧ୍ୟାପକ ସତ୍ୟ ଶିବ ସୁନ୍ଦର ମିଶ୍ର ମହାପୁରୁଷ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସଭାକାର୍ଯ୍ୟ କୁ ଆରମ୍ଭ କରିଥିଲେ। ଏଥିରେ କଟକ ସ୍ଥିତ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ତଥା ସାଇବର ବିଶାରଦ ଡ଼ଃ ଜ୍ଞାନରଞ୍ଜନ ପାଣିଗ୍ରାହୀ ମୁଖ୍ୟ ବକ୍ତା ଭାବରେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ପ୍ରକାରର ସାଇବର ଠକେଇ, ଓ ସେଥିରୁ ସୁରକ୍ଷିତ ହେବାର ଉପାୟ ଚିତ୍ର ମାଧ୍ୟମରେ ପ୍ରାଞ୍ଜଳ ଭାବରେ ବୁଝାଇଥିଲେ। ସେହିପରି ନିମାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକ ବିଚିତ୍ର ପଣ୍ଡା ସଭାରେ ଇଣ୍ଟରନେଟ ବ୍ୟବହାର କରିବା ସମୟରେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦେଇଥିଲେ। ଛାତ୍ରଛାତ୍ରୀମାନଙ୍କୁ ସାଇବର ଠକେଇ ସଚେତନ ଉପରେ ଏକ ଭିଡିଓ ସୋ ପ୍ରଦର୍ଶନ କରାଯାଇଥିଲା। କାର୍ଯ୍ୟକ୍ରମର ଶେଷ ଭାଗରେ ସାଇବର ନିରାପତ୍ତା ସଂକ୍ରାନ୍ତୀୟ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ କରାଯାଇଥିଲା। ସଭା ମଞ୍ଚରେ ମହାବିଦ୍ୟାଳୟର ସଂସ୍କୃତ ବିଭାଗର ମୁଖ୍ୟା ପ୍ରାଧ୍ୟାପିକା ସୁଜାତା ମହାପାତ୍ର ଓ ଡ଼ଃ କଳ୍ପନା କୁମାରୀ ମହାପାତ୍ର ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରଛାତ୍ରୀଙ୍କ ସମେତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ରାଜନୀତି ବିଜ୍ଞାନ ବିଭାଗର ମୁଖ୍ୟ ପ୍ରାଧ୍ୟାପକ ରତ୍ନାକର ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୧୬/୧୨/୨୦୨୪----୮,୫୫ Sakhigopal News,16/12/2024