ଡାହାଣ କୁମ୍ଭାରପଡାଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରଷ୍କାର ବିତରଣ ସଭା ଅନୁଷ୍ଠିତ
ସାକ୍ଷୀଗୋପାଳ--- ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ଡାହାଣ କୁମ୍ଭାରପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ମାଧ୍ୟମରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରଷ୍କାର ବିତରଣି ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବକ୍ୁତା, ତର୍ମ, ସଂଗୀତ, କ୍ରୀଡା ସହିତ ନୃତ୍ୟଗୀତ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାରେ ସଫଳତା ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରଷ୍କାର ପ୍ରଦାନ କରିଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମଧୁବନ ଗ୍ରାମ ପଞ୍ଚାୟତର ସରପଞ୍ଚ କାନ୍ତିଲତା ପରିଡା ଓ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜ କୁମାର ପରିଡା ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସହ ଆମ ସଂସ୍ଳତି ଓ ଆମ ଖେଳନା କାର୍ଯ୍ୟକ୍ରମ ଉପରେ ମତ ରଖିଥଲେ । ବିଶେଷ କରି ଆମ ସଂସ୍ଳୃତି, ପରମ୍ପରା କୁ ବଞ୍ଚାଇ ରଖିବା ସହ ଆମ ମାତୃଭାଷାକୁ ଭଲ ପାଇବା ପାଇଁ ଉପସ୍ଥିତ ଥିବା ଛାତ୍ର ଛାତ୍ରୀ ମାନଙ୍କୁ ଉପଦେଶ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସମିତିସଭ୍ୟା ପୁଷ୍କାଲତା ସାହୁ, ପୂର୍ବତନ ପ୍ରଧାନ ଶିକ୍ଷୟତ୍ରୀ ସୁକାନ୍ତି ସେଠୀ, ସିଆରସିସିସରୋଜ କୁମାର ବେହେରା, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ମିଲିନା ଦାସ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ହରିହର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହିଥିଲେ । ସହକାରୀ ଶିକ୍ଷକସନ୍ତୋଷ କୁମାର ସାହୁ , ବିଜୟ ଲକ୍ଷ୍ମୀ ସ୍ୱାଇଁ, ଓ ଶୀତିକାନ୍ତ ତ୍ରିପାଠୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପୁରଷ୍କାର ବିତରଣ ପରେ ପରେ ବିଦ୍ୟାଳୟର କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ପୂର୍ବତନ ଛାତ୍ର ଛାତ୍ରୀ ମାନଙ୍କ ସହିତ ଶତାଧିକ ଗ୍ରାମବାସୀ ମାନେ ଉପସ୍ଥିତ ରହିଥିଲେ ।
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୭/୩/୨୦୨୫---୮.୧୦ Sakhigopal News, 7/3/2025