ଆନ୍ତର୍ଜାତିକ ଯୋଗ ଦିବସ ପାଳନ
ଭଞ୍ଜନଗର--ଡିଏଭି ପିଟି ଏସ ଆର ପବ୍ଲିକ ସ୍କୁଲ ଭଞ୍ଜନଗର ପରିସରରେ ଶନିବାର ଦିନ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ସମସ୍ତ ଛାତ୍ରଛାତ୍ରୀ ଓ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଏକତ୍ରିତ ହୋଇ ଯୋଗାଭ୍ୟାସ କରିଥିଲେ। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ମାନସ ରଞ୍ଜନ ପୃଷ୍ଟି ଯୋଗର ଆବଶ୍ୟକତା ଓ ଦୈନନ୍ଦିନ ଜୀବନରେ ତାହାର ଭୂମିକା ବିଷୟରେ ଅଭିଭାଷଣ ପ୍ରଦାନ କରିଥିଲେ । ବିଦ୍ୟାଳୟ ର ଶିକ୍ଷକ ଶ୍ରୀ ବିଶ୍ଵନାଥ ପାଣିଗ୍ରାହୀ ପ୍ରତି ଦିନ ଯୋଗାଭ୍ୟାସ କରି ସୁସ୍ଥ ସମାଜ ଗଠନ କରିବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ଶପଥ ପାଠ କରାଇଥିଲେ। ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଚିତ୍ରାଙ୍କନ , କୁଇଜ୍, ବକୃତା ଆଦି ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ଯୋଗାଭ୍ୟାସ କାର୍ଯ୍ୟକ୍ରମରେ ସୁପରିଚାଳନାର ଦାୟିତ୍ଵ ନିର୍ବାହ କରିଥିଲେ। ଭଞ୍ଜନଗର ରୁ ରବୀନ୍ଦ୍ର ପ୍ରଧାନ ଙ୍କ ରିପୋର୍ଟ,୨୧/୬/୨୦୨୫--- ୧୦,୫୦ Sakhigopal News,21/6/2025