ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
ଭଞ୍ଜନଗର --- ସ୍ଥାନୀୟ ପି ଏମ୍ ଶ୍ରୀ ଉପେନ୍ଦ୍ର ଭଞ୍ଜ ସରକାରୀ ଉଚ୍ଚ ବିଦ୍ୟାଳୟ,ଭଞ୍ଜନଗରରେ ବନ ମହୋତ୍ସବ ( ଏକ୍ ପେଡ୍ ମାଁ କେ ନାମ୍ - ୨.୦ ) ପାଳିତ ହୋଇଯାଇଛି। ଏହି ଅବସରରେ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ଏନ୍ ସି ସି ଆର୍ମି ଉଇଙ୍ଗ ସେକେଣ୍ଡ ଅଫିସର ତଥା ଇକୋକ୍ଲବର ଆବାହକ ଶ୍ୟାମା ପ୍ରସାଦ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏକ ସୁନ୍ଦର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ ଯୋଗ ଦେଇଥିଲେ ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ସମସ୍ତ ଏନ୍ ସି ସି କ୍ୟାଡେଟ୍ ଇକୋକ୍ଲବର ଅଗ୍ରଗାମୀ ବାର୍ତ୍ତାବହ ଭାବରେ l ଏଥିରେ ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି ( ଓ ବ ସେ - ୧ ) ମୁଖ୍ୟ ଅତିଥି , ଏ ବି ଇ ଓ ଚରଣ ବେହେରା ମୁଖ୍ୟ ବକ୍ତା , କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥ୍ୱୀରାଜ ପ୍ରଧାନ , ବଦକୋଦଣ୍ଡା ସି ଆର ସି ସି ତଥା ପ୍ରକୃତି ବନ୍ଧୁ ଶିକ୍ଷକ ଦ୍ବିତିକୃଷ୍ଣ ଲେଙ୍କା , ଏନ ଏ ସି ସି ଆର ସି ସି ବିଭୁ ପ୍ରସାଦ ମହାପାତ୍ର , ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଉମାକାନ୍ତ ନାହାକ କ୍ଷତ୍ରିୟ ବରପୁର ମହାବିଦ୍ୟାଳୟ ଅଧ୍ୟାପକ କିରଣ କହ୍ନର ଆଦି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଦନମୋହନ ରଥ ସଭାପତିତ୍ୱ କରିଥିଲେ l କାର୍ଯ୍ୟକ୍ରମର ପ୍ରଥମଭାଗରେ ବନମହୋତ୍ସବ ଓ ସବୁଜ ପୃଥିବୀର ଆବଶ୍ୟକତା ସଂପର୍କିତ ଆଲୋଚନା କରାଯାଇଥିଲା । ଏବଂ ଆଗାମୀ ଦିନରେ ଏହି ବିଦ୍ୟାଳୟକୁ ଏକ ପ୍ଲାଷ୍ଟିକ ମୁକ୍ତ ତଥା ସବୁଜିମା ଭରା ବିଦ୍ୟାଳୟରେ ପରିଣତ କରାଯିବl ନିମନ୍ତେ ସଂକଳ୍ପ ଗ୍ରହଣ କରାଯାଇଥିଲା । ସମସ୍ତ ଅତିଥି ଏହାପରେ ବିଦ୍ୟାଳୟରେ ଗୋଟିଏ ଗୋଟିଏ ବୃକ୍ଷ ରୋପଣ କରିଥିଲେ । ଶ୍ରୀ ମହାନ୍ତି ଓ ଶ୍ରୀ ରଥ ଏହି କାର୍ଯ୍ୟକ୍ରମର ଗୁରୁତ୍ୱ ସଂପର୍କରେ ଛାତ୍ର ଛାତ୍ରୀ ମାନଙ୍କୁ ବୁଝାଇଥିଲେ । ପ୍ରତ୍ୟେକ କ୍ୟାଡେଟ ଙ୍କୁ ଗୋଟିଏ ଲେଖାଏଁ ଗଛ ଲଗାଇବା ଏବଂ ବଞ୍ଚାଇବା ପାଇଁ ଶପଥ ଗ୍ରହଣ କରିଥିଲେ । ଶ୍ରୀ ଲେଙ୍କା ସ୍ଲୋଗାନ ଦେଇଥିଲେ ଏବଂ ଛାତ୍ର ଛାତ୍ରୀ ଏହାକୁ ଦୋହରାଇ ଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମ ରେ ବନପାଳ ବବୁଲୁ କୁମାର ସେଠି , ମନୋଜ କୁମାର ନାୟକ , ପ୍ରତାପ କୁମାର ସ୍ୱାଇଁ , ମିଥୁନ ପ୍ରଧାନ , ଭିକାରି ବିଷୋୟୀ , ଇକୋକ୍ଲବ ମେମ୍ବର ଶିକ୍ଷକ ପ୍ରଶାନ୍ତ କୁମାର ପ୍ରଧାନ , ବିଳାସିନୀ ଜେନା , ସ୍ୱପ୍ନେଶ୍ୱରୀ ଦିଗାଲ୍ , ସନ୍ତୋଷ ବେହେରା , ଅମିତ କୁମାର ବେହେରା , ବିଷ୍ଣୁ ପ୍ରିୟା ସ୍ୱାଇଁ, ଜ୍ୟୋତ୍ସ୍ନା ରାଣୀ ନାୟକ , ନମିତା କୁମାରୀ ବିଷୋୟୀ ସନ୍ତୋଷ ବେହେରା , ଅମିତ କୁମାର ବେହେରା , ବିଷ୍ଣୁ ପ୍ରିୟା ସ୍ୱାଇଁ, ସୁରେଶ ପ୍ରଧାନ, ସୁନିଲ୍ ବେହେରା, ବନିତା ସ୍ବାଇଁ , କାଜଲ ବେହେରା, ଶୁଚିସ୍ମିତା ପ୍ରଧାନ, ଗଙ୍ଗାକଲ୍ଯାଣୀ କହଁର, ବିଭୁ ମହିମା ପ୍ରଧାନ, ଜ୍ୟୋତ୍ସ୍ନା ରାଣୀ ନାୟକ , ଇକୋକ୍ଲବ ଉପଦେଷ୍ଟା ଶଙ୍କର ପ୍ରସାଦ ପଟ୍ଟନାୟକ ପ୍ରମୁଖ ଓ ଅନ୍ୟାନ୍ୟ ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ । ଭଞ୍ଜନଗର ରୁ ରବୀନ୍ଦ୍ର ପ୍ରଧାନ ଙ୍କ ରିପୋର୍ଟ,୧୪/୭/୨୦୨୫----୮,୩୫ Sakhigopal News,14/7/2025