ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ତ୍ରିରଙ୍ଗା ଯାତ୍ରା
ସାକ୍ଷୀଗୋପାଳ--- ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ୧୨ତାରିଖ ଦିନ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଅମିତା ସେନାପତିଙ୍କ ତତ୍ୱବଧାନରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ହାତରେ ଜାତୀୟ ପତାକା ଧରି ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ବିଶେଷ କରି ଜଣସାଧାରଣ ଓ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦେଶ ପ୍ରତି ଭକ୍ତି ଓ ଭଲପାଇବା ସହ ସେମାନଙ୍କର ଦେଶ ପ୍ରତି କର୍ତ୍ତବ୍ୟ ଜାଣିବା ପାଇଁ ଏହି କାର୍ଯ୍ୟକ୍ରମ କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ସୌଦାମିନୀ ନାୟକ, ଶିକ୍ଷକ ବସନ୍ତ କୁମାର ସ୍ୱାଇଁ ଓ ସୁଚିତ୍ର ଖଟୋଇ ଙ୍କ ସହ ଅନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୧୨/୮/୨୦୨୫---୫,୨୫ Sakhigopal News, 12/8/2025